You are currently viewing ରାସ୍ତାଘାଟ ମରାମତି ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ 

ରାସ୍ତାଘାଟ ମରାମତି ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର(ଏଏନଏସ) ୨୦.୧୧.୨୦୨୧, ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ଷା ଯୋଗୁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳ କ୍ଷତିଗ୍ରସ୍ତ ହୋଇଯାଇଛି । ତେଣୁ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟ୍‌ପାଥ୍ ଆଦିର ମରାମତି ତଥା ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।