You are currently viewing କମୁନି କରୋନା ମୃତ୍ୟୁ ସଂଖ୍ୟା; ଆଜି ୫୧ ଜଣ ମୃତ

କମୁନି କରୋନା ମୃତ୍ୟୁ ସଂଖ୍ୟା; ଆଜି ୫୧ ଜଣ ମୃତ

ଭୁବନେଶ୍ୱର-୦୬.୦୭.୨୦୨୧, ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଆଜି ସର୍ବାଧିକ କରୋନାରେ ୫୧ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ବରଗଡ଼, ଢେଙ୍କାନାଳ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ, କଟକ, ଯାଜପୁର, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଭଦ୍ରକ, ଦେବଗଡ଼, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୨ ହଜାର ୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।