You are currently viewing କମୁନି କରୋନା ମୃତ୍ୟୁ ସଂଖ୍ୟା; ଆଜି ୫୯ ଜଣ ମୃତ

କମୁନି କରୋନା ମୃତ୍ୟୁ ସଂଖ୍ୟା; ଆଜି ୫୯ ଜଣ ମୃତ

ଭୁବନେଶ୍ୱର-୦୭.୦୭.୨୦୨୧, ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଆଜି ସର୍ବାଧିକ କରୋନାରେ ୫୯ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦ ଜଣ, ବରଗଡ଼, ଢେଙ୍କାନାଳ, ପୁରୀରୁ ଜଣ ଲେଖାଏଁ, ସୁନ୍ଦରଗଡ଼, ରାୟଗଡ଼ା, ନୟାଗଡ଼, ଗଞ୍ଜାମରୁ ୪ ଜଣ ଲେଖାଏଁ, କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁରରୁ ୩ ଜଣ ଲେଖାଏଁ, କଟକ, ଯାଜପୁର, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଅନୁଗୁଳ, ଜଗତସିଂହପୁର, କୋରାପୁଟରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୫୮କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୨ ହଜାର ୬୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।