ଆଜି ରାଜ୍ୟରୁ ୬୫୯୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର-୨୬.୦୪.୨୦୨୧, ଆଜି ରାଜ୍ୟରୁ ୬୫୯୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୩୮୨୭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୨୭୭୨ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୪୧୪୦୫୬, ସୁସ୍ଥ ସଂଖ୍ୟା ୩୬୨୯୩୧, ସମୁଦାୟ ସକ୍ରିୟ ସଂଖ୍ୟା ୪୯୦୭୫, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୩୪୬୪ | ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.