You are currently viewing ଆଜି ରାଜ୍ୟରୁ ୬୯ ମୁଣ୍ଡ ନେଲା କରୋନା

ଆଜି ରାଜ୍ୟରୁ ୬୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର-୨୦.୦୮.୨୦୨୧, ଆଜି ରାଜ୍ୟରେ କରୋନାରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ, କଟକ ଜିଲ୍ଲାରୁ ୧୧ ଜଣ, ଭଦ୍ରକ ଓ ଯାଜପୁର ଜିଲ୍ଲାରୁ ୬ ଜଣ ଲେଖାଏଁ , ଢେଙ୍କାନାଳରୁ ୮ ଜଣ, ଅନୁଗୁଳ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ,ପୁରୀ ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଓ ନୟାଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୨୨୩କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୯୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।