You are currently viewing ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ 7

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ 7

ଭୁବନେଶ୍ୱର, ରାଜ୍ୟରେ କରୋନାରେ ପୁଣି 7 ଜଣଙ୍କ ମୃତ୍ୟୁ ହୋଇଛି । ଗତକାଲି ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ସାମାନ୍ୟ ବୃଦ୍ଧି ହୋଇ 7 ହୋଇଛି ।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ୭ ମୃତକଙ୍କ ମଧ୍ୟରେ  କଟକରୁ କେବଳ ୩ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ପୁରୀ, ସୁନ୍ଦରଗଡ଼, ବାଲେଶ୍ୱର ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।