You are currently viewing କରୋନା ନେଲା ୭ ଜୀବନ
Hyderabad: Medical workers attend to a suspected coronavirus patient (L), who travelled from Dubai, as he is shifted to the isolation ward of Gandhi Hospital, in Hyderabad, Thursday, March 19, 2020. (PTI Photo)(PTI19-03-2020_000132B)

କରୋନା ନେଲା ୭ ଜୀବନ

ଭୁବନେଶ୍ୱର, ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି । ଆଜି ୩୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସମ୍ବଲପୁରରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡରୁ ୨, ଭଦ୍ରକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।