You are currently viewing ଆଜି ଆଉ ୭ ମୁଣ୍ଡ ନେଲା କରୋନା

ଆଜି ଆଉ ୭ ମୁଣ୍ଡ ନେଲା କରୋନା

ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗଞ୍ଜାମରୁ ଆଜି ସର୍ବାଧିକ ୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଖୋର୍ଦ୍ଧା, କଟକ, ମାଲକାନଗିରି ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।