ଭୁବନେଶ୍ୱର, ଆଜି ରାଜ୍ୟରେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କଟକରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବୌଦ୍ଧ, କନ୍ଧମାଳ, ରାୟଗଡା, ସମ୍ବଲପୁର, ସୁବର୍ଣ୍ଣପୁରରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।