You are currently viewing ଆଜି ୮ ମୁଣ୍ଡ ନେଲା କରୋନା

ଆଜି ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧା , କଟକ, ଢ଼େଙ୍କାନାଳ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।