ପୁରୀ-୧୯.୦୪.୨୦୨୧, ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ଆସି ପହଞ୍ଚିଛି। ଏଥିରେ ସମୁଦାୟ ୧୩ଟି ଫାସୀ କାଠ ରହିଛି।

ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି ।