You are currently viewing ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜଣଙ୍କ ଜୀବନ

ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜଣଙ୍କ ଜୀବନ

  • Post category:ଓଡିଶା
  • Reading time:1 mins read

ଭଦ୍ରକ(ଏଏନଏସ) ୧୫.୧୨.୨୦୨୧, ଭଦ୍ରକ ବାସୁଦେବପୁର ରାସ୍ତାର ସାବରଙ୍ଗ ନିକଟରେ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା । ବାଇକକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ ।
ସୂଚନା ଅନୁସାରେ, ଗତକାଲି ଧାମରାରୁ ଫେରିବା ବେଳେ ଭଦ୍ରକ ବାସୁଦେବପୁର ରାସ୍ତାର ସାବରଙ୍ଗ ହାଇସ୍କୁଲ ନିକଟରେ ଏକ ଅଜଣା ଗାଡି ବାଇକକୁ ଧକ୍କା ଦେଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବେଳେ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।  ସେଠାରେ ଅନ୍ୟ ଦୁଇ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।  ମୃତକଙ୍କ ପରିଚୟ ମିଳିପାରିନାହିଁ । ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।


ଅନ୍ୟମାନଙ୍କୁ ଜଣାନ୍ତୁ।