You are currently viewing ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌; ୬ ମୃତ, ଦୁଇ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌; ୬ ମୃତ, ଦୁଇ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

  • Post category:ଓଡିଶା
  • Reading time:1 mins read

ସୋର(ଏଏନଏସ)୨୨.୦୧.୨୦୨୨, ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌ । ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଜଣ ଆହତ ହୋଇଛନ୍ତି । ଏଭଲୀ ଏକ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ବିଦୁ ଛକରେ ।
ସୂଚନା ଅନୁସାରେ,  ଶାନ୍ତିଲତା ନାମକ ବସ ଉଦଳା ଠାରୁ ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ନେଇ ବସ୍‌ଟି ଭୁବନେଶ୍ବର ଅଭିମୁଖେ ବାହାରିଥିଲା ।  ବାଲେଶ୍ବର ଜିଲ୍ଲାର ସୋର ନିକଟସ୍ଥ ବିଦୁ ଛକରେ ଯାତ୍ରୀବାହୀ ବସ୍‌ ‘ଶାନ୍ତିଲତା’କୁ କୋଇଲା ବୋଝେଇ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେବାରୁ ଦୁର୍ଘଟଣା ଘଟିଥିଲା। ଟ୍ରକ୍ ବସ୍‌ଟିକୁ ଧକ୍କା ଦେବା ଫଳରେ ବସ୍‌ଟି ରାସ୍ତାକଡ଼ ଖାଲକୁ ଖସି ଯାଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଆହତମାନଙ୍କୁ ପ୍ରଥମେ ସୋର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରମାନଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । 
ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।