cold weather

ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟ, ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ କୋହଲ ପାଗ

  • Post category:ଓଡିଶା
  • Reading time:1 mins read

ଏଏନଏସ: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଦେଖିବାକୁ ମିଳିଛି । ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗର ଅଂଚଳରେ ସକ୍ରିୟ ଗୁରୁଚାପ ବଳୟ ରହିଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ କୋହଲ ପାଗ ଲାଗି ରହିଛି । 

ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘନ କୁହୁଡି ଅନୁଭୂତ ହେବ । ଘନ କୁହୁଡି ଯୋଗୁ ଦୃଶ୍ୟମାନ ଦୂରତା ହ୍ରାସ ପାଇବ । ତେଣୁ ରାତି ସମୟରେ ଦୁର୍ଘଟଣା ଘଟିବା ଆଶଙ୍କା ରହିଥିବାରୁ ଜିଲ୍ଲାପାଳ ଓ ଏସ୍ପିମାନେ ଏଦିଗରେ ପଦକ୍ଷେପ ନେବାର ଆବଶ୍ୟକତା ରହିଛି । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି । 

ଅନ୍ୟମାନଙ୍କୁ ଜଣାନ୍ତୁ।