You are currently viewing ଆସୁଛି ଆଉ ଏକ ବର୍ଷା

ଆସୁଛି ଆଉ ଏକ ବର୍ଷା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (ଏ ଏନ୍ ଏସ)୧୮।୦୮, ଓଡ଼ିଶାକୁ ପୁଣି ମାଡ଼ି ଆସୁଛି ବର୍ଷା। ଦକ୍ଷିଣ ମିଆଁମାର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଶୁକ୍ରବାର ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପ୍ରଭାବରେ ଆଜି ଓ ଆସନ୍ତାକାଲି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ।

ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡିକ ହେଲା ଢେଙ୍କାନାଳ, ସୁନ୍ଦରଗଡ, ଦେଓଗଡ଼, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର, ମୟୁରଭଂଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଓ କଟକ।

ଅନ୍ୟମାନଙ୍କୁ ଜଣାନ୍ତୁ।