You are currently viewing ଆଜି ବାହୁଡ଼ିବେ ମହାବାହୁ

ଆଜି ବାହୁଡ଼ିବେ ମହାବାହୁ

  • Post category:ଓଡିଶା
  • Reading time:1 mins read

ପୁରୀ(ଏ ଏନ୍ ଏସ) ୦୯/୦୭, ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଏହି ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି।

ତେବେ ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ ଟାରେ ମଙ୍ଗଳ ଆଳତି, ଭୋର ୪.୧୫ରେ ମଇଲମ, ୪.୩୦ରେ ତଡ଼ପଲାଗି,‌ ରୋଷହୋମ, ୫ଟାରେ ଅବକାଶ, ୫.୧୫ରେ ସୂର୍ଯ୍ୟପୂଜା, ୫.୩୦ରେ ଦ୍ଵାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫.୪୫ରୁ ୬.୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧.୩୦ ସେନାପଟା ଲାଗି, ୧୧.୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨.୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟାରୁ ୨.୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨.୩୦ରୁ ୩.୩୦ ଛେରାପହଁରା, ଅପରାହ୍ନ ୩ ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ୪ ଟାରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।‌ ୭୫ପ୍ଲାଟୁନ ପୋଲିସ ଫୋର୍ସ ସହ ୧୦୦୦ ପୋଲିସ ଅଧିକାରୀ ମୁତୟନ ରହିଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।