You are currently viewing ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

  • Post category:ଓଡିଶା
  • Reading time:1 mins read

ଦିଲ୍ଲୀ ୧୦/୦୯, ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ୧୧ ଓ ୧୨ତାରିଖ ଦୁଇ ଦିନ ଧରି ଦିଲ୍ଲୀରେ ରହିବେ । ସେଠାରେ ମୁଖ୍ୟମନ୍ତ୍ରୀ ଅଧା ପଡ଼ି ରହିଥିବା ବିଭିନ୍ନ ସରକାରୀ କାର୍ଯ୍ୟର ସମୀକ୍ଷା କରିବେ । ଏହା ସହ ସରକାରୀ ଅଧିକାରୀଙ୍କ ସହିତ ଆଲୋଚନା କରିବେ । ମେ’ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି । ତେବେ ଏହି ଗସ୍ତ ସମୟରେ ସେ କୌଣସି କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇ ନାହିଁ । ତେବେ ମୁଖ୍ୟମନ୍ତ୍ରୀ ମେ’ ୯ ତାରିଖ ଅର୍ଥାତ ଆଜି ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ଥିଲା । କିନ୍ତୁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଆଜି ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଥିଲା । ତେଣୁ ନବୀନ ନିଜ ଦିଲ୍ଲୀ ଗସ୍ତକୁ ଦିନକ ପାଇଁ ଘୁଞ୍ଚାଇ ଥିଲେ ।

ଅନ୍ୟମାନଙ୍କୁ ଜଣାନ୍ତୁ।