ଭୁବନେଶ୍ୱର(ଏଏନଏସ)୦୭/୧୦, ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଉପନିର୍ବାଚନ ତାରିଖ ଘୋଷଣା ପରେ ଧାମନଗରରେ ରାଜନୀତି ସରଗରମ । ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଧାମନଗର ଆସନ ଖାଲି ପଡ଼ିଛି । ତାରିଖ ଘୋଷଣା ସହ ଉପନିର୍ବାଚନ ଉଷ୍ଣତା ବଢ଼ିଛି । ବିଜେପିରୁ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୁରଜ ପ୍ରାର୍ଥୀ ହେବାନେଇ ଚର୍ଚ୍ଚା ଜୋର ଧରିଛି । ଏପଟେ ବିଜେଡିରୁ କିଏ ହେବେ ପ୍ରାର୍ଥୀ ସେନେଇ ଅଙ୍କକଷା ଚାଲିଛି । ଗତଥର ରାଜେନ୍ଦ୍ର ଦାସଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି । ଏଥର ଆଉ କାହାକୁ ପ୍ରାର୍ଥୀ ଦେବ ଦଳ, ସେନେଇ ଚାଲିଛି ବିଚାର ବିମର୍ଷ । ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ସାଂସଦ ଅନନ୍ତ ସେଠୀ, ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳ ଓ ଗତଥରର ପ୍ରାର୍ଥୀ ବିଦ୍ୟାଧର ଜେନାଙ୍କ ନାଁ ଚର୍ଚ୍ଚା ହେଉଛି । ୧୪ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ୧୫ ତାରିଖରେ ଯାଞ୍ଚ ପରେ ୧୭ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ । ନଭେମ୍ବର ୩ରେ ମତଦାନ ରହିଛି । ନଭେମ୍ବର ୬ ତାରିଖରେ ଗଣତି ପରେ ବାହାରିବ ଫଳାଫଳ ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା