ପୁରୀ (ଏ ଏନ୍ ଏସ)୦୯/୦୬, ଆଜି ମହାପ୍ରଭୁଙ୍କ ଅଣସର ସେବାର ପଞ୍ଚମ ଦିନ । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ମହାପ୍ରଭୁ ଏବେ ଜ୍ଵରରେ ପୀଡିତ ହୋଇ ଅନବସରରେ ଅଛନ୍ତି । ଅଣସର ପିଣ୍ଡିରେ ପାରମ୍ପରିକ ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କ ଗୁପ୍ତ ଉପଚାର କରାଯାଉଛି । ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ଫିଟା ନୀତି । ଓଦା ବସ୍ତ୍ର ଓଲାଗି କରିବେ ଦଇତାପତି ସେବାୟତ । ଆଜି ଲାଗି ହେବ ଫୁଲୁରୀ ତେଲ। ବଡ଼ ଓଡ଼ିଆ ମଠ ପକ୍ଷରୁ ଏହି ତେଲ ପ୍ରସ୍ତୁତି କରାଯାଇଥାଏ। ବଡ଼ ଓଡ଼ିଆ ମଠ ପକ୍ଷରୁ ଚତୁର୍ଦ୍ଧାବିଗ୍ରହଙ୍କ ଲାଗି ଏହି ଫୁଲୁରି ତେଲ ଯୋଗାଯିବ । ବର୍ଷକ ତଳୁ ଘଣା ପେଡ଼ା ରାଶି ତେଲରେ ବିଭିନ୍ନ ପ୍ରକାର ସୁବାସିତ ଫୁଲ, କର୍ପୁର, ଔଷଧୀୟ ଚେରମୂଳ ଓ ସୁବାସିତ ଦ୍ରବ୍ୟ ପଡ଼ି ଏହାକୁ ମାଟି ତଳେ ପୋତାଯାଇ ପ୍ରସ୍ତୁତ କରାଯାଇଥାଏ । ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀ ଘର ଭୋଗ ସମ୍ପର୍ଣ୍ଣ ପରେ ପତି ମହାପାତ୍ର ସେବକ ଏହାକୁ ସଂସ୍କାର କରି ଦଇତାପତିଙ୍କୁ ଯୋଗାଇ ଦେବା ପରେ ଦଇତାପତି ସେବକ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଏହାକୁ ମର୍ଦନ କରିବେ । ଶନିବାର ଠାରୁ ମହାପ୍ରଭୁଙ୍କୁ ଓଷ ଲାଗି ହେବ। ସେପଟେ ଅଣସର ସମୟରେ ଦୁଇ ବେଳା ମହାପ୍ରଭୁଙ୍କ ପଣା ଭୋଗ ଓ ଚକଟା ଭୋଗ ଅର୍ପଣ କରିବା ବିଧି ରହିଛି।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍