You are currently viewing ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

  • Post category:ଓଡିଶା
  • Reading time:1 mins read

ପୁରୀ(ଏଏନଏସ)୧୪/୧୨, ଆଜି ଶ୍ରୀ ମନ୍ଦିରରେ ଶ୍ରୀ ବିଗ୍ରହଙ୍କ ବନକଲାଗି ନୀତି । ଏଥିପାଇଁ ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |

ଅନ୍ୟମାନଙ୍କୁ ଜଣାନ୍ତୁ।