You are currently viewing ଆଜି ଶ୍ରୀମନ୍ଦିରରେ ଦେବ ଦୀପାବଳୀ

ଆଜି ଶ୍ରୀମନ୍ଦିରରେ ଦେବ ଦୀପାବଳୀ

  • Post category:ଓଡିଶା
  • Reading time:1 mins read

ପୁରୀ(ଏଏନଏସ)୨୨/୧୧, ଆଜି ହେଉଛି ଦେବଦୀପାବଳି । ମାର୍ଗଶୀର କୃଷ୍ଣ ଚତୁର୍ଦ୍ଦଶୀ । ଆଜି ମହାପ୍ରଭୁ ତାଙ୍କ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପ ଦାନ କରିବେ ।ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ, ଆମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ, ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ଦେବୀଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରନ୍ତି। ପ୍ରଥମ ଦିନରୁ ଦୀପାବଳି ଉତ୍ସବ ଆରମ୍ଭ ହୋଇ ତୃତୀୟ ଓ ଶେଷ ଦିନରେ ଶେଷଦୀପାବଳି ଉତ୍ସବ ଶ୍ରୀମନ୍ଦିରରେ ପାଳନ କରାଯାଏ । ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବ ଦୀପାବଳି କୁହାଯାଏ । ପୁଷ୍ପାଳକ ସେବକମାନେ ଠାକୁରମାନଙ୍କୁ ଶ୍ରାଦ୍ଧବେଶରେ ନାଗପୁରୀ ଶାଢ଼ି ଚାଦରରେ ଭୂଷିତ କରାଇଥାନ୍ତି । ଏହି ସମୟରେ ଶ୍ରୀବିଗ୍ରହମାନଙ୍କୁ ସାଧାବେଶରେ ସଜ୍ଜିତ କରାଯାଏ ।

ଅନ୍ୟମାନଙ୍କୁ ଜଣାନ୍ତୁ।