You are currently viewing ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୦୬/୦୫, ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗର ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଠିକ୍‌ ସେହି ସ୍ଥାନରେ କାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ୮ରେ ଘନୀଭୂତ ହୋଇ ଅବପାତରୂପ ନେବ। ଏହା ଦକ୍ଷିଣକୁ କେନ୍ଦ୍ରୀୟବଙ୍ଗୋପସାଗରକୁ ଗତି କରିବା ସମୟରେ ବାତ୍ୟାର ରୂପ ନେବ। ୧୦ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରେ ୮୦ କିଲୋମିଟର ବେଗରେ ପବନ ବହିବ। କିନ୍ତୁ ବାତ୍ୟା କେଉଁଆଡେ ଯିବ ସ୍ପଷ୍ଟ ସୂଚନା ନାହିଁ। ଅଧିକାଂଶ ପାଣିପାଗ ମଡେଲଙ୍କ ଆକଳନ ମିଆଁମାର ମୁହାଁଇବ ବାତ୍ୟା। ଲଘୁଚାପ ପରେ ବାତ୍ୟା ନେଇ ସ୍ପଷ୍ଟତା ଆସିବ। ବାତ୍ୟା କେଉଁ ଆଡେ ମୁହାଁଇବ କେତେ ତୀବ୍ରତା ରହିବ ତାର ସଠିକ ପୂର୍ବାନୁମାନ ହୋଇନଥିବା କହିଛି ଆଇଏମ୍‌ଡି । ୮ତାରିଖ ବେଳକୁ ସ୍ପଷ୍ଟ ହେବ ବାତ୍ୟାର ଗତି ଓ ତୀବ୍ରତା।

ଅନ୍ୟମାନଙ୍କୁ ଜଣାନ୍ତୁ।