You are currently viewing ଆଜିଠୁ ଭିଜିବ ଓଡ଼ିଶା

ଆଜିଠୁ ଭିଜିବ ଓଡ଼ିଶା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୦୧/୧୦, ଉତ୍ତରପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ବଢିବ ବର୍ଷା। ଆଜି ପ୍ରବଳ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କାଲିଠୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି । ଚଳିତ ମୌସୁମୀ ଋତୁରେ ଜୁନ୧ରୁ ସେପ୍ଟେମ୍ବର ୩୦ ତାରିଖ ମଧ୍ୟରେ ରାଜ୍ୟରେ ୧୧୯୬. ୮ ମିମି ବର୍ଷା ହୋଇଛି। ଯାହା ସ୍ୱାଭାବିକ ବୃଷ୍ଟିପାତ ୧୧୫୦.୨ ମିମି ଠାରୁ ୪ ପ୍ରତିଶତ ଅଧିକ। ୪ଟି ଜିଲ୍ଲାରେ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଗୋଟିଏ ଜିଲ୍ଲା ଭଦ୍ରକରେ ନିଅଣ୍ଟିଆ ଓ ୨୫ଟି ଜିଲ୍ଲାରେ ସ୍ୱାଭାବିକ ବୃଷ୍ଟିପାତ ହୋଇଛି । ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୩ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲା ଓ ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି। ୫ତାରିଖରେ ମଧ୍ୟ ଜାରି ରହିବ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା।

ଅନ୍ୟମାନଙ୍କୁ ଜଣାନ୍ତୁ।