You are currently viewing ଆଜିଠୁ ପୁରୀରେ ଆରମ୍ଭ ସାହିଯାତ

ଆଜିଠୁ ପୁରୀରେ ଆରମ୍ଭ ସାହିଯାତ

  • Post category:ଓଡିଶା
  • Reading time:1 mins read

ପୁରୀ(ଏଏନଏସ)୩୦/୦୩, ରାମନବମୀଠାରୁ ପୁରୀରେ ଆରମ୍ଭ ହେଉଛି ସାହିଯାତ । ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର ସମେତ ବିଭିନ୍ନ ଯାଗା ଆଖଡ଼ା । ବୀରବାଦ୍ୟର ଶବ୍ଦରେ ପ୍ରକମ୍ପିତ ହେବ ଶ୍ରୀକ୍ଷେତ୍ର । ଉଜ୍ଜଳ ଆଲୋକମାଳାରେ ଝଲସିବ ୭ ସାହି ଓ ୪୨ ଗଳିକନ୍ଦି । ଏହାସହ ମଲ୍ଲୀଫୁଲ ମାଳାର ବାସ୍ନାରେ ମହକିବ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ରୀତିନୀତି ସହ ସାହିଯାତ ଜଡିତ। ପ୍ରତିଦିନ ସାତ ସାହିରୁ ବାହାରିବାକୁ ଥିବା ଚରିତ୍ର ଗୁଡ଼ିକ ସାହି ପରିକ୍ରମା କରିବା ପରେ ଜଗନ୍ନାଥବଲ୍ଲଭ ମଠରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମାଙ୍କ ନୀତିରେ ସାମିଲ ହେବେ। ଶ୍ରୀରାମ ନବମୀ ଠାରୁ ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ଶେଷ ହେବା ପରେ ଆଜ୍ଞାମାଳ ପାଇ ଶ୍ରୀରାମ ଓ ଲକ୍ଷ୍ମଣଙ୍କ ଚଳନ୍ତି ବିଗ୍ରହ ପାଲିଙ୍କିରେ ବିଜେ ହୋଇ ଜଗନ୍ନାଥବଲ୍ଳଭ ମଠକୁ ଯାଇଥାନ୍ତି। ସେଠାରେ ଯଜ୍ଞରକ୍ଷା, ଶିବଧନୁ ଭଙ୍ଗ, ସୀତାବିବାହ, ପର୍ଶୁରାମ ଲୀଳା, ମାୟାମୃଗ ଲୀଳା, ଲଙ୍କାପୋଡି ଲୀଳା ଓ ରାବଣବଧ ପରିବେଷଣ ହୋଇଥାଏ। ସାହିଯାତକୁ ଶୃଙ୍ଖଳିତ ଭାବେ ସଂପନ କରିବା ପାଇଁ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ସାତ ସାହି ଆଖଡା ମୁରବୀଙ୍କ ସହ ଆଲୋଚନା ଶେଷ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।