You are currently viewing ଆଜିଠୁ ରାଜ୍ୟରେ ସକାଳୁଆ ସ୍କୁଲ

ଆଜିଠୁ ରାଜ୍ୟରେ ସକାଳୁଆ ସ୍କୁଲ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୧୧/୦୪, ଆଜିଠୁ ରାଜ୍ୟରେ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରିବାକୁ ସ୍କୁଲ ଓ ଗଣିଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ସକାଳ ୭ଟାରୁ ୧୧ଟା ୩୦ ଯାଏ ଚାଲିବ ପାଠପଢ଼ା । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ । ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ସ୍କୁଲ ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ । ଏଥିସହ ସ୍କୁଲରେ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏପ୍ରିଲ ୩ରୁ ଚଳିତବର୍ଷର ପାଠ୍ୟକ୍ରମ ଆରମ୍ଭ ହୋଇଛି । ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡ଼ିକର ଶିକ୍ଷାବର୍ଷ ୨୦୨୩-୨୪ରେ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ଚଳିତ ମାସ ୩ ତାରିଖରୁ ଆରମ୍ଭ ହୋଇଛି । ଅପ୍ରେଲ ୧୧ ତାରିଖରୁ ସାରା ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ କରିବାକୁ ଅପ୍ରେଲ ୨ ତାରିଖରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଥିଲା । ସକାଳୁଆ ସ୍କୁଲ୍‌ ଆରମ୍ଭ ସହିତ ସ୍କୁଲ୍‌ରେ ପିଲାଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା ।

ଅନ୍ୟମାନଙ୍କୁ ଜଣାନ୍ତୁ।