You are currently viewing ୩ରୁ ଖୋଲିବ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ

୩ରୁ ଖୋଲିବ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ

  • Post category:ଓଡିଶା
  • Reading time:1 mins read

ଖୋର୍ଦ୍ଧା : ରାଜ୍ୟର ବିଭିନ୍ନ ସ୍ଥାନରେ ଧର୍ମାନୁଷ୍ଠାନମାନ ଖୋଲିସାରିଲାଣି । ଆସନ୍ତା ଜାନୁଆରୀ ୩ ତାରିଖରୁ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ନେଇ ଏସଓପି ଜାରି କରାଯାଇଛି । ଏନେଇ ଏସଓପି ଜାରି କରିଛି ଜିଲ୍ଲା ପ୍ରଶାସନ । ମନ୍ଦିର ଖୋଲିବା ପରେ କୋଭିଡ ଗାଇଡଲାଇନକୁ କଡାକଡି ଭାବେ ପାଳନ କରାଯିବ ବୋଲି କୁହାଯାଇଛି । ତେବେ ମନ୍ଦିରକୁ ପ୍ରବେଶ ପୂର୍ବରୁ ମାସ୍କ ପିନ୍ଧିବା ହାତ ସାନିଟାଇଜ କରିବା ଅନିବାର୍ଯ୍ୟ ଅଟେ । । ତେବେ କରୋନା ମହାମାରୀ ଦୃଷ୍ଟିରୁ ୬୫ ବର୍ଷରୁ ଅଧିକ ବୟସ୍କ ଲୋକ, ଗର୍ଭବତୀ ମହିଳା, ରୋଗାକ୍ରାନ୍ତ ବ୍ୟକ୍ତି ଏବଂ ୧୦ ବର୍ଷରୁ କମ୍ ପିଲାଙ୍କୁ ଧର୍ମାନୁଷ୍ଠାନ ନ ଯିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭୁବନେଶ୍ୱରରେ ଥିବା ମନ୍ଦିର ଯଥା ଲିଙ୍ଗରାଜ ମନ୍ଦିର ଏବଂ ଅନ୍ୟ ମନ୍ଦିର ଖୋଲାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।