You are currently viewing ଆମ୍ଭୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୩ ଆହତ

ଆମ୍ଭୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୩ ଆହତ

  • Post category:ଓଡିଶା
  • Reading time:1 mins read

କେନ୍ଦ୍ରାପଡ଼ା, ଜଣେ ମୃତ ମହିଳାଙ୍କୁ ଧରି ଫେରୁଥିବା ବେଳେ ଆମ୍ଭୁଲାନ୍ସ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେଥିରେ ଥିବା ଡ୍ରାଇଭର ସମେତ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସୂଚନା ଥାଉକି, ଘଟଣାଟି ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଞ୍ଚଳରେ । ଜଣେ ମୃତ ମହିଳାଙ୍କୁ ନେଇ ଆସୁଥିବାବେଳେ ଏଭଳି ଦୁର୍ଘଟଣା ଘଟିଛି । ଖବରପାଇ ଘଟଣାସ୍ଥଳରେ ଆଳି ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।