You are currently viewing ଓଡିଶାରେ ଶାହା

ଓଡିଶାରେ ଶାହା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୦୮/୦୮, ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତିି କେନ୍ଦ୍ରଗୃହମନ୍ତ୍ରୀ ଅମିତ ଶାହା । ସକାଳୁ ଲିଙ୍ଗରାଜ ମନ୍ଦିର ଯାଇ ଶ୍ରାବଣ ମାସର ଶେଷ ସୋମବାରରେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି ଶ୍ରାୀଯୁକ୍ତ ଶାହା । ଏହାପରେ କଟକ ଗସ୍ତ କରି ଓଡିଆ ବଜାର ସ୍ଥିତ ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କ ଜନ୍ମ ସ୍ଥାନ ପରିଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇବେ । ଏହାପରେ ଇନଡୋର ଷ୍ଟାଡିୟମରେ ଦୈନିକ ଖବର କାଗଜ ‘ପ୍ରଜାତନ୍ତ୍ରର’ର ୭୫ ତମ ପ୍ରତିଷ୍ଠା ଦିବସରେଯୋଗ ଦେବେ । ସୂଚନା ଥାଉକି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରବିବାର ବିଳମ୍ବିତ ରାତ୍ରୀରେ ନୂଆଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି । ତାଙ୍କ ସାଥୀରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସିଛନ୍ତି । ବିମାନବନ୍ଦର ପରିସରରେ ଶ୍ରୀ ଶାହଙ୍କୁ ବିଜେପିର ବରିଷ୍ଠ ନେତା, କାର୍ଯ୍ୟକର୍ତ୍ତା ଏବଂ ଜନସାଧାରଣ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।