You are currently viewing ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର, ରାଜ୍ୟର ୨ଟି ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ ପାଇଁ ତାରିଖ ଘୋଷଣା କରାଯାଇଛି । ନଭେମ୍ବର ୩ରେ ଉଭୟ ନିର୍ବାଚନମଣ୍ଡଳୀ ପାଇଁ ଭୋଟ ଗ୍ରହଣ କରାଯିବ । ଅକ୍ଟୋବର ୧୬ ନାମାଙ୍କନ ଦାଖଲର ଶେଷ ଦିନ । ସେହିପରି ଅକ୍ଟୋବର ୧୭ରେ ଯାଞ୍ଚ, ୧୯ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହର କରାଯିବ । ନଭେମ୍ବର ୧୦ରେ ଭୋଟଗଣତି ହେବ । ଏନେଇ ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ତାରିଖ ଘୋଷଣା କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।