You are currently viewing ANS SUPERFAST 2@10

ANS SUPERFAST 2@10

୧. ଆଜି ରାଜ୍ୟରେ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ଏବଂ ୩ ମୃତ ।
୨. ମାଟ୍ରିକ୍ ପରୀକ୍ଷା ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିଛି ବୋର୍ଡ । ରାଜ୍ୟ ସରକାରଙ୍କ ଗାଇଡଲାଇନ୍ ଅନୁସାରେ ପରୀକ୍ଷା କରାଯିବ । ଏନେଇ ସୂଚନା ଦେଇଛନ୍ତି ବୋର୍ଡ ପରୀକ୍ଷା ନିୟନ୍ତ୍ରକ ନିହାର ରଞ୍ଜନ ମହାନ୍ତି ।
୩. ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି ।
୪. କଟକରୁ ଜବତ ହୋଇଛି କୁଇଣ୍ଟାଲରୁ ଅଧିକ ନକଲି ପନୀର । କଲିକତାରୁ ବସ୍ ଯୋଗେ କଟକ ଚାଲାଣ ହେଉଥିଲା ପନୀର୍ । ବିକ୍ରି ବେଳେ ଚଢାଉ କରି ଧରିଛି ଚାଉଳିଆଗଞ୍ଜ ପୋଲିସ । ଜଣକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।
୫. ବାଲେଶ୍ୱର ବିଲ ମଝିରେ ଅଚିହ୍ନା ଯୁବତୀଙ୍କ ଉଲଗ୍ନ ମୃତ ଦେହ ମିଳିଛି । ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।ଘଟଣା ସ୍ଥଳରେ ପୋଲିସର ଛାନଭିନ ଜାରି ରହିଛି ।
୬. ରାଜ୍ୟରେ ଖୋଲିବ ଆଉ ୬ ଥାନା । ଭିଡିଓ କନଫରେନସିଂ ମାଧ୍ୟମରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

୭. କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଫୁଲଝର ରୁଗୁଡି ସାହିରେ ଏକ ହତ୍ୟାକାଣ୍ଡ ଘଟିଥିବାର ସୂଚନା ମିଳିଛି। ଗ୍ରାମର ଦାମୋଦର ମୁଣ୍ଡାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି ।

୮. ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଓ ବଲାଙ୍ଗୀରର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ବିଭିନ୍ନ ପଦବିରେ ନିଯୁକ୍ତି ପାଇଁ ଅନୁମତି ଦେଲେ ସରକାର । ଏନେଇ ମଙ୍ଗଳବାର ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପ୍ରକାଶ ପାଇଛି।

୯. ଗୁଣିଗାରେଡ଼ି ସନ୍ଦେହରେ ଖୋଇରୀ ମହାନ୍ତ ନାମକ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଏଭଳି ଏକ ଅମାନବୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ଶାରୀଶୁଆ ଗ୍ରାମରେ ।

୧୦. ୩୧ ତାରିଖଠାରୁ ରାଜ୍ୟର ତାପମାତ୍ରା ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ଏବଂ ପୁଣି ରାଜ୍ୟରେ ଶୀତର ଲହରୀ ଫେରିବା ନେଇ ପୂର୍ବାନୁମାନ କରିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ବାସ ।

ଅନ୍ୟମାନଙ୍କୁ ଜଣାନ୍ତୁ।