You are currently viewing ଗିରଫ ହେଲେ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳ

ଗିରଫ ହେଲେ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳ

  • Post category:ଓଡିଶା
  • Reading time:1 mins read

ଭଞ୍ଜନଗର(ଏଏନଏସ)୦୮/୦୪, ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। କାର୍ତ୍ତିକେଶ୍ୱରଙ୍କ ନିକଟରୁ ୨କୋଟି ୫୦ହଜାର ଟଙ୍କା ନଗଦ ଜବତ କରାଯାଇଛି। ଏପର୍ଯ୍ୟନ୍ତ ତାଙ୍କର ୭ଟି ପ୍ଲଟ, ୨୦ଟି ସୁନା ବିସ୍କୁଟ ସହ ପ୍ରାୟ ୫୮୦ ଗ୍ରାମର ସୁନା ଜବତ କରାଯାଇଛି । ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡିଛି । ।
ସୂଚନାଯୋଗ୍ୟ ଯେ, ବୁଧବାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରିଥିଲା ଭିଜିଲାନ୍ସ । ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ୬ଟି ସ୍ଥାନରେ ଏକକାଳୀନ ରେଡ୍ କରିଥିଲା ଭିଜିଲାନ୍ସ । ଏଥିରେ ୫ ଡିଏସପି, ୧୧ ଇନସପେକ୍ଟରଙ୍କ ସମେତ ଅନ୍ୟ ଭିଜିଲାନ୍ସ ଅଧିକାରୀ ସାମିଲ ହୋଇଥିଲେ ।

ଅନ୍ୟମାନଙ୍କୁ ଜଣାନ୍ତୁ।