You are currently viewing ଆସନ୍ତାକାଲି ସୃଷ୍ଟି ହୋଇପାରେ ଲଘୁଚାପ

ଆସନ୍ତାକାଲି ସୃଷ୍ଟି ହୋଇପାରେ ଲଘୁଚାପ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୦୫/୦୪, ଆସନ୍ତା କାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି କାରଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୬ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଦର୍ଶାଯାଇଛି । ତେବେ ଲଘୁଚାପ ସୃଷ୍ଟି ହେବା ପରେ ଏହା ବାତ୍ୟାର ରୂପ ନେବ କି ନାହିଁ ଏବଂ କେଉଁ ଆଡକୁ ଗତି କରିବ ସେ ନେଇ ସ୍ପଷ୍ଟ ସୂଚନା ମିଳିପାରିବ ବୋଲି କହିଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ ।

ଅନ୍ୟମାନଙ୍କୁ ଜଣାନ୍ତୁ।