You are currently viewing ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୩୦/୦୫, ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ । ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । CHSE ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିଜ୍ଞାନରେ ୯୩ ହଜାର ୮୯୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୪ ହଜାର ୩୩୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ତେବେ ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା । ସେହିପରି ଏପ୍ରିଲ୍ ୧୦ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା । ବିଜ୍ଞାନ ଓ ବାଣିଜ୍ୟ ବିଭାଗ ବିଷୟଗୁଡ଼ିକର ଇ-ମୂଲ୍ୟାୟନ ଲାଗି ୩୯ଟି ଓ ମାନୁଆଲ୍ ମୂଲ୍ୟାୟନ ଲାଗି କଳା ଓ ଧନ୍ଦାମୂଳକ ବିଷୟଗୁଡ଼ିକ ପାଇଁ ୬୫ଟି କେନ୍ଦ୍ର ହୋଇଥିଲା। ତାପରେ ଅନ୍ୟାନ୍ୟ ଆନୁସଙ୍ଗିକ କାମ ଶେଷ ହୋଇଥିଲା। ଏବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଯୁକ୍ତ-୨ ପରୀକ୍ଷା ଫଳ ପ୍ରକାଶ କରିବାକୁ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ଏପଟେ ଆରମ୍ଭ ହୋଇଛି ଯୁକ୍ତଦୁଇ ପ୍ରଥମ ବର୍ଷର ନାମଲେଖା ପ୍ରକ୍ରିୟା । ସିଏଚଏସଇ ଅଧିନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ଆରମ୍ଭ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।