ଭୁବନେଶ୍ୱର (ଏ ଏନ୍ ଏସ)୦୮/୦୭, ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଏହା ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଅପରାହ୍ନ ୪ଟାରେ ରେଜଲ୍ଟ ବାହାରିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ଚଳିତବର୍ଷ କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ପୂର୍ବରୁ ଗତ ମେ ମାସ ୩୧ ତାରିଖ ଦିନ ପ୍ରକାଶ ପାଇଥିଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟର ଫଳାଫଳ । ଭୁବନେଶ୍ୱର ସିଏଚଏସଇ କାର୍ଯ୍ୟାଳୟ ପରିସରରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଫଳାଫଳ ଘୋଷଣା କରିଥିଲେ । ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାରେ ଆଗରେ ଛାତ୍ରୀ ଥିଲେ । ଆସନ୍ତା ବର୍ଷ ଠାରୁ ଯୁକ୍ତ ଦୁଇ ପରୀକ୍ଷାରେ ବ୍ୟାପକ ସଂସ୍କାର ଅଣାଯିବ ନେଇ ଲକ୍ଷ୍ୟ ରହିଛି । ଆସନ୍ତାବର୍ଷ ଏକସଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ନେଇ ସିଏଚ୍ଏସ୍ଇ ପ୍ରତିଶ୍ରୁତି ଦେଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍