balabhadra majhi

କଂଗ୍ରେସରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ 

ଏଏନଏସ: କଂଗ୍ରେସରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ । କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବନୀପାଟଣାରେ ଆଜି ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ କଂଗ୍ରେସର ହାତ ଧରିଲେ ବଳଭଦ୍ର ମାଝୀ।

ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଭାରୀ ଅଜୟ କୁମାର, ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ ଉପସ୍ଥିତ ଥିଲେ । ନିଜ ଅଂଚଳର ଲୋକଙ୍କ ସ୍ୱାର୍ଥକୁ ଆଖିରେ ରଖି କଂଗ୍ରେସରେ ସାମିଲ ହେଉଥିବା କହିଛନ୍ତି ବଳଭଦ୍ର ମାଝୀ । ଗତ ଜାନୁଆରୀ ୮ ତାରିଖରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । ବଳଭଦ୍ର ମାଝୀ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇ ଆସିଛନ୍ତି । ସେ ଦୁଇ ଥର ମନ୍ତ୍ରୀ ମଧ୍ୟ ହୋଇଥିଲେ। ସେ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ଆସନରୁ ୪ଥର ନିର୍ବାଚିତ ହୋଇଥିବା ବେଳେ ଲାଞ୍ଜିଗଡ ଆସନରୁ ଥରେ ବିଜୟୀ ହୋଇଥିଲେ ।

ଅନ୍ୟମାନଙ୍କୁ ଜଣାନ୍ତୁ।