BANAKALAGI

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 

  • Post category:ଓଡିଶା
  • Reading time:1 mins read

ଏଏନଏସ: ଆସନ୍ତାକାଲି ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରାଯାଇଥାଏ।  ପରମ୍ପରା ଅନୁସାରେ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ଏହି ବନକଲାଗି ନୀତି ହୋଇଥାଏ। ଦ୍ବିପହର ଧୂପ ସରିବା ପରେ, ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ।  ଦତ୍ତ ମହାପାତ୍ର ସେବକ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବା ପାଇଁ ବ୍ୟବହୃତ ହେଉଥିବା ରଙ୍ଗରେ କସ୍ତୁରୀ କେଶର ଭଳି ଦାମୀ ସୁବାଷିତ ପଦାର୍ଥ ବ୍ୟବହୃତ ହୋଇଥାଏ। ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହୃତ ହୁଏ ନାହିଁ। 

 

ଅନ୍ୟମାନଙ୍କୁ ଜଣାନ୍ତୁ।