ମହାପ୍ରଭୁଙ୍କ ବନକଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ, ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ଣ ୪ଟାରୁ ରାତ୍ରି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ | କିନ୍ତୁ ଏହି ସମୟରେ ଶ୍ରଦ୍ଧାଳୁମାନେ ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିପାରିବେ ।
ସୂଚନା ଅନୁଯାୟୀ, ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ । ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ହିଙ୍ଗୁଳ, ଶଂଖ, କଇଁଥ, ଅଠା, କର୍ପୂର,କେଶର,କଜ୍ୱଳ, କସ୍ତୁରୀ, ହରିତାଳ ଓ ତେଲର ସମ୍ମିଶ୍ରଣରେ ପ୍ରସ୍ତୁତ ହୋଇଥିବା ବନକକୁ ବ୍ୟବହାର କରାଯାଇଥାଏ ।

Leave A Reply

Your email address will not be published.