You are currently viewing ଭୁବନେଶ୍ୱରରେ ମହାମହିମ

ଭୁବନେଶ୍ୱରରେ ମହାମହିମ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୧୦/୦୨, ନିର୍ଦ୍ଧାରିତ ସମୟର ୧୫ ମିନିଟ ପୂର୍ବରୁ ଭୁବନେଶ୍ୱରରେ ବିମାନବନ୍ଦରରେ ପହଞ୍ଚିଲେ ମହାମହିମ । ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ମଧ୍ୟ ବିମାନବନ୍ଦରରେ ଉପସ୍ଥିତ ଥିଲେ। ବିମାନବନ୍ଦରରୁ ବାହାରି ଉତ୍କଳ ମଣ୍ଡପରେ ଅନୁଷ୍ଠିତ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି। ଏହାପରେ ଅପରାହ୍‌ଣ ୪ଟା ୫ରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି । ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ଅଛନ୍ତି ମୋଟ ୪୦ ପ୍ଲାଟୁନ ଫୋର୍ସ ଓ ୨ ଶହ ଅଫିସର । ବ୍ଲୁ ବୁକ୍‌ ଅନୁସାରେ କରାଯାଇଛି ସୁରକ୍ଷା ବନ୍ଦୋବସ୍ତ । ଆସନ୍ତାକାଲି ଲିଙ୍ଗରାଜ ମନ୍ଦିର ଯିବେ ଦ୍ରୌପଦୀ ମୁର୍ମୁ । ଏହାସହ କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ-NRRIରେ ଦ୍ୱିତୀୟ ରାଇସ କଂଗ୍ରେସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି।

ଅନ୍ୟମାନଙ୍କୁ ଜଣାନ୍ତୁ।