ନୟାଗଡ, ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଛନ୍ତି ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ଏହି ଘଟଣାରେ ଆଉ ଦୁଇଜଣ ଗୁରୁତର ଆହତ ହୋଇଥିବା ସୂଚନା ରହିଛି । ଏଭଳି ଏକ ଦୁର୍ଘଟଣା ନୟାଗଡ ଜିଲ୍ଲା ଶରଣକୁଳ ଥାନା ଜଗନ୍ନାଥପୁରଠାରେ ଗୁରୁବାର ବିଳମ୍ବିତ ରାତ୍ରିରେ ଘଟିଛି ।
ସୂଚନା ଅନୁସାରେ, ମୃତକମାନେ ହେଲେ ଜଗନ୍ନାଥପୁର ଗାଁର କୃଷ୍ଣ ନାୟକ, ମୁନା ନାୟକ ଓ ପଥରକଟା ଗାଁର ଶ୍ୟାମ ସେଠୀ। କୃଷ୍ଣ ନାୟକ ଓ ମୁନା ନାୟକ ନୟାଗଡ଼ରୁ ଜଗନ୍ନାଥପୁରକୁ ଫେରୁଥିବାବେଳେ ଅନ୍ୟ ତିନିଜଣ ଦ୍ରୁତ ଗତିରେ ନୟାଗଡ଼ ଅଭିମୁଖେ ଯାଉଥିଲେ। ଫଳରେ ଦୁଇଟି ଗାଡି ପରସ୍ପର ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଛି । ଖବର ପାଇବା ପରେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଚିକିତ୍ସାଳୟକୁ ପଠାଇଥିଲେ । ଡାକ୍ତର ସେଠାରେ ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍