You are currently viewing ୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ବିଜେଡି ସୁପ୍ରିମୋ

୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର-୨୬.୦୬.୨୦୨୧, ରାଜ୍ୟର ୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି । ଆଉ ୬ ଜଣ ନେତାଙ୍କୁ ୩୦ ଜିଲ୍ଲା ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି । ନୂଆ ପର୍ଯ୍ୟବେକ୍ଷକ ନାଁ ଘୋଷଣା କଲେ BJD ସୁପ୍ରିମୋ ନବୀନ ପଟ୍ଟନାୟକ।ପୂର୍ବର ସମସ୍ତ ନିର୍ଦ୍ଦେଶକୁ ବାତିଲ କରି ବିଜେଡି ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ।


ନିଯୁକ୍ତି ପାଇଥିବା ବରିଷ୍ଠ ପର୍ଯ୍ୟବେକ୍ଷକମାନେ ହେଲେ – ବିକ୍ରମ ଆରୁଖ, ଦେବୀ ମିଶ୍ର, ନିରଞ୍ଜନ ପୂଜାରୀ,ସୌମ୍ୟ ପଟ୍ଟନାୟକ, ପ୍ରସନ୍ନ ଆଚାର୍ଯ୍ୟ, ମହେଶ୍ୱର ମହାନ୍ତି ।
ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ବଲାଙ୍ଗିର ଓ ଦେବଗଡ଼ ଦାୟିତ୍ୱ ଦିଆଯାଇଛି । ଏହାସହ ବାଲେଶ୍ୱର ଦାୟିତ୍ବରେ ପ୍ରତାପ କେଶରୀ ଦେବ, ଅନୁଗୁଳ- ପ୍ରଶାନ୍ତ ମୁଦୁଲି, ବରଗଡ଼ – ସୁଧିର କୁମାର ସାମଲ,ଭଦ୍ରକ- ପ୍ରଣବ ବଳବନ୍ତରାୟ, ବୌଦ୍ଧ-ସୌଭାଗ୍ୟ ନାୟକ, କଟକ-ଉଷା ଦେବୀ, ଢେଙ୍କାନାଳ-ବିଜୟ ନାୟକ, ଗଜପତି – ଅତନୁ ସବ୍ୟସାଚୀ ନାୟକ, ଗଞ୍ଜାମ-ପ୍ରଫୁଲ୍ଲ ମଲ୍ଲିକ, ଜଗତସିଂହପୁର-ସମୀର ରଞ୍ଜନ ଦାସ, ଯାଜପୁର-ଅଶୋକ ଚନ୍ଦ୍ର ପଣ୍ଡା, ଝାରସୁଗୁଡ଼ା- ସୁବାସ ସିଂହ, କଳାହାଣ୍ଡି -ନବ କିଶୋର ଦାସ, କନ୍ଧମାଳ-ପ୍ରତାପ ଜେନା, କେନ୍ଦ୍ରାପଡ଼ା- ଦେବାଶିଷ ସାମନ୍ତରାୟ, କେନ୍ଦୁଝର-ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା-ପ୍ରମିଳା ମଲ୍ଳିକ, କୋରାପୁଟ-ଚନ୍ଦ୍ର ସାରଥି ବେହେରା, ମୟୂରଭଞ୍ଜ -ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର-ତୁଷାରକାନ୍ତି ବେହେରା, ନୟାଗଡ଼-ପଦ୍ମନାଭ ବେହେରା. ନୂଆପଡ଼ା-ଦିବ୍ୟଶଙ୍କର ମିଶ୍ର. ପୁରୀ-ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାୟଗଡ଼ା-ଅତନୁ ସବ୍ୟସାଚୀ ନାୟକ, ସମ୍ୱଲପୁର-ନଳନୀକାନ୍ତ ପ୍ରଧାନ, ସୁବର୍ଣ୍ଣପୁର-ପ୍ରଦୀପ କୁମାର ଅମାତ, ସୁନ୍ଦରଗଡ଼- ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ଦାୟିତ୍ୱ ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।