v sugnana

ଆରପାରିରେ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓ

  • Post category:ଓଡିଶା
  • Reading time:1 mins read

ଏଏନଏସ: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତି ପ୍ରାୟ ୧୨ଟା ୪୪ ମିନିଟ୍ ରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା ।

ଶ୍ରୀମତୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି । ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ ଥର ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ୨ ଥର ବିଧାୟିକା ଥିଲେ । ସେ ଖଲିକୋଟ ରାଣୀ ଭାବେ ମଧ୍ୟ ସୁପରିଚିତ।

ସୁଜ୍ଞାନ କୁମାରୀ ଅସୁସ୍ଥ ହୋଇ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇ ଯାଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ । ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ମଧ୍ଯ ଉପସ୍ଥିତ ଥିଲେ। ରାଣୀଙ୍କ ବିୟୋଗରେ ରାଜ୍ୟ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।