ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ

ଭଦ୍ରକ(୧୧.୧୦.୨୨) : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ । ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ସୁରଜ । ବାପା ସ୍ବର୍ଗତ ବିଷ୍ଣୁ ସେଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ନିରାଡ଼ମ୍ବର ଭାବେ ନାମାଙ୍କନ ଭରିଲେ  । ନାମାଙ୍କନ ଦାଖଲ ବେଳେ ସାଙ୍ଗରେ ଥିଲେ ସୂର୍ଯ୍ୟବଂଶୀଙ୍କ ଭଉଣୀ । ପୈତୃକ ଗାଁ ତିହିଡି ମଙ୍ଗରାଜପୁର ଓ ଭଦ୍ରକ ସ୍ଥିତ କୁଆଁସ ବାସଭବନରେ ବାପାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । କିଛି ଦିନ ତଳେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଥିଲା । ତାପରଠୁ ଉପନିର୍ବାଚନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିଲା । ବିଜେପି ପକ୍ଷରୁ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୁରଜଙ୍କ ନାମ ଘୋଷଣା କରାଯାଇଥିଲା । ଆଉ ଆଜି ସେ ନାମାଙ୍କନ ଦାଖଲ କରିଛନ୍ତି । ସେପଟେ ଅନ୍ୟ ଦଳ ଯେପରି କି ବିଜେଡି ଓ କଂଗ୍ରେସ ପକ୍ଷରୁ କେହି ବି ହେଲେ ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହାନ୍ତି । ଦିନେ କି ଦୁଇ ଦିନ ମଧ୍ୟରେ ଉଭୟ ଦଳ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରନ୍ତି ବୋଲି ଅନୁମାନ କରାଯାଉଛି ।

Leave A Reply

Your email address will not be published.