sivraj singh

ଓଡ଼ିଶା ଗସ୍ତରେ ବରିଷ୍ଠ ନେତା ଶିବରାଜ ସିଂହ ଚୌହାନ

ଏଏନଏସ: ପାଖେଇ ଆସୁଛି ସାଧାରଣ ନିର୍ବାଚନ । ଏନେଇ ଜାତୀୟ ସ୍ତରୀୟ ବରିଷ୍ଠ ନେତାମାନେ ଓଡ଼ିଶା ଗସ୍ତରେ ଆସି କର୍ମକର୍ତ୍ତା ସମ୍ମିଳନୀ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।

ଖବର ଅନୁଯାୟୀ ଆଜି ଓଡ଼ିଶା ଆସୁଛନ୍ତି ମଧ୍ଯପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ । ସେ ଓଡିଆ ଆସି କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବେ। ମଧ୍ଯାହ୍ନ ୧୨ଟାରେ ଭୁବନେଶ୍ବରରେ ପହଁଞ୍ଚିବା ପରେ ସିଧାସଳଖ ଜଗତସିଂହପୁର ଗସ୍ତ କରି ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବା ପରେ ଶିବରାଜ ମାଆ ଶାରଳାଙ୍କୁ ଦର୍ଶନ କରି ଆର୍ଶୀବାଦ ନେବେ । ସନ୍ଧ୍ୟାରେ କଟକ ସ୍ଥିତ ଶାରଳା ଭବନରେ ଅନୁଷ୍ଠିତ କଟକ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମଳିନୀରେ ଯୋଗଦେବେ। ଏହାପରେ କଟକର ଅଧିଷ୍ଟାତ୍ରୀ ଦେବୀ ମାଆ କଟକ ଚଣ୍ଡୀଙ୍କୁ ଦର୍ଶନ କରି ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି। 

ଅନ୍ୟମାନଙ୍କୁ ଜଣାନ୍ତୁ।