You are currently viewing ରାଜଧାନୀରେ ବିଜେପି ପଦାଧିକାରୀ ବୈଠକ

ରାଜଧାନୀରେ ବିଜେପି ପଦାଧିକାରୀ ବୈଠକ

ଭୁବନେଶ୍ୱର, ରାଜଧାନୀ ଭୁବନେଶ୍ୱରଠାରେ ବିଜେପି ଦଳର କର୍ମକର୍ତ୍ତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଦିନରେ ରାଜ୍ୟରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ, ମ୍ୟୁନିସିପାଲ ନିର୍ବାଚନ ଓ ଅନ୍ୟ ସାଙ୍ଗଠନିକ ସ୍ଥିତି ନେଇ ଆଲୋଚନା ହୋଇଥିଲା ।

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ବୈଠକରେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଯୋଗ ଦେଇଥିବା ବେଳେ ଅନ୍ୟ ପଦାଧିକାରୀମାନେ ମଧ୍ୟ ଯୋଗ ଦେଇଥିଲେ । ବୈଠକ ଶେଷରେ ବିଜେପି ରାଜ୍ୟ ସାଧାରଣ ସଂପାଦିକା ଲେଖାଶ୍ରୀ ସାମନ୍ତସିଂହାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ନେଇ ବୈଠକରେ ଆଲୋଚନା ହୋଇଥିଲା ।

ଏତଦବ୍ୟତୀତ କେନ୍ଦ୍ରୀୟ ଟଙ୍କାର ବାଟମାରଣା, ନୟାଗଡର ପରୀ ହତ୍ୟାକାଣ୍ଡ ଓ ମାହାଙ୍ଗାର ହତ୍ୟା ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଥିଲେ ବୈଠକରେ ଉପସ୍ଥିତ ଥିବା କର୍ମକର୍ତ୍ତା । ଚାଷୀମାନଙ୍କ ସମସ୍ୟା ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି , ଜାତୀୟ ମୁଖପାତ୍ର ତଥା ସାଂସଦ ଅପରାଜିତା ଷଡଙ୍ଗୀ ଓ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ ।

ଅନ୍ୟମାନଙ୍କୁ ଜଣାନ୍ତୁ।