ରାୟଗଡା(ଏଏନଏସ)୦୬/୧୦, ରାୟଗଡ଼ା ଜିଲ୍ଲା ଗୁମ୍ମାଘାଟି ଲାକୁବାଇ ନିକଟରେ ଆଜି ସକାଳେ ସଡ଼କ ଏକ ବାଇକ୍ ଭାରସାମ୍ୟ ହରାଇ ବୋଲେରୋକୁ ଧକ୍କା ଦେବା ଫଳରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ସ୍ୱାମୀର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ତାଙ୍କ ଛୋଟ ଶିଶୁଟି ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ପରିଚୟ ମିଳିନାହିଁ। ଆହତମାନଙ୍କୁ ରାୟଗଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଆଜି ସକାଳେ ଦମ୍ପତି ତାଙ୍କ ଛୋଟ ଶିଶୁଙ୍କୁ ଧରି ବାଇକ୍ରେ ରାୟଗଡ଼ାରୁ କୋରାପୁଟ ଅଭିମୁଖେ ଯାଉଥିଲେ। ଏହି ସମୟରେ ଲାକୁବାଇ ନିକଟରେ ରାସ୍ତାରେ ଠିଆ ହୋଇଥିବା ବୋଲେରୋକୁ ବାଇକ୍ଟି ଭାରସାମ୍ୟ ହରାଇ ଧକ୍କା ଦେଇଥିଲା।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା