କେନ୍ଦୁଝର, କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ସୋମଗିରି ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଗୋରୁ କିଣିବାକୁୁ ଯାଉଥିବା ସମୟରେ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି ଯେଉଁଥିରେ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଚାରି ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆହତମାନେ ହେଉଛନ୍ତି ମୟୂରଭଞ୍ଜ ଜିଲ୍ଲା ହାଟବାଦଳାର ଟେଣ୍ଟପଶି ଗାଁର । ସୂଚନା ଅନୁସାରେ ଟେଣ୍ଟପଶି ଗାଁରୁ ୧୧ ଜଣ ଲୋକ କେନ୍ଦୁଝର ଜିଲ୍ଲା ଜିରାଙ୍ଗ ହାଟକୁ ଗୋରୁ କିଣିବାକୁ ଯାଉଥିବା ବେଳେ ବିଳମ୍ବିତ ରାତ୍ରିରେ ଏଭଳି ଏକ ଅଭାବନୀୟ ଘଟଣା ଘଟିବା ଫଳରେ ଚାରି ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ସୂଚନା ପାଇ ପଣ୍ଡାପଡ଼ା ପୁଲିସ୍ ଆହତମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ