bus

ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍, ୨୫ ଆହତ ୬ ଗୁରୁତର

ଏଏନଏସ୍: ଭଦ୍ରକ ଭଣ୍ଡାରିପୋଖରୀରେ ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍। ସୂଚନା ଅନୁଯାୟୀ ପଶ୍ଚିମବଙ୍ଗରୁ ପୁରୀ ଯାଉଥିବା ବେଳେ ଭଣ୍ଡାରିପୋଖରୀ ଥାନା ପେଟ୍ରୋଲ ପମ୍ପ ନିକଟରେ ବସ୍ ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ୨୫ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୬ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ମେଡିକାଲରେ ଚିକିତ୍ସା ପାଇଁ ଭର୍ତି କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।