ବୌଦ୍ଧ, ଏକ ଯାତ୍ରୀବାହୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୧୦ଜଣ ବ୍ୟକ୍ତି ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ସଦର ଥାନା ଖଜୁରିପଡ଼ା ନିକଟ ୫୭ ନମ୍ବର ଜାତୀୟ ରାଜପଥରରେ । ଗତକାଲି ବିଳମ୍ବିତ ରାତ୍ରିରେ ଏଭଳି ଏକ ଅଘଟଣ ଘଟିଥିବାର ସୂଚନା ରହିଛି ।
ସୂଚନା ଅନୁସାରେ, ବସଟି ‘ତିରୁପତି’ ନାମକ ଏକ ଘରେଇ ବସ । ବସଟି ଯାତ୍ରୀ ନେଇ ଭୁବନେଶ୍ୱରରୁ ଭବାନୀପାଟଣା ଅଭିମୁଖେ ଯାଉଥିଲା । ତେବେ କିଛି କାରଣ ବଶତଃ ବିପରୀତ ପଟରୁ ଆସୁଥିବା ଏକ ଟ୍ରକ୍ ସହ ବସ ମୁହାଁମୁହିଁ ଧକ୍କା ହୋଇଥିଲା । ସ୍ଥାନୀୟ ଲୋକେ ଯାତ୍ରୀଙ୍କୁ ଉଦ୍ଧାର କରି ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । ତେବେ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ପୋଲିସ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍