ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଡିସେମ୍ବର ୩୧ ସିବିଏସଇ ଦ୍ୱାରା ପରିଚାଳିତ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିବେ । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଦେଶରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ଫେବୃଆରୀ ମାସରେ ପରୀକ୍ଷା କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି । ଗତ ମଙ୍ଗଳବାର ଦିନ ମନ୍ତ୍ରୀ ଏକ ୱେବିନାରରେ ଯୋଗ ଦେଇ କହିଥିଲେ ଯେ, ବୋର୍ଡ ପରୀକ୍ଷା ଘୁଞ୍ଚାବାକୁ ଅଭିଭାବକମାନେ ଅନୁରୋଧ କରୁଛନ୍ତି । ପରୀକ୍ଷା କେବେ ହେବ ଏନେଇ କିଛି ସୂଚନା ଦେଇନଥିଲେ ମଧ୍ୟ, ସେ ସ୍ପଷ୍ଟ କରିଦେଇଥିଲେ ଯେ, ସିବିଏସଇ ବୋର୍ଡ ପରୀକ୍ଷାକୁ ଅଫଲାଇନ ମୋଡରେ ହିଁ କରାଯିବ । ଏହାର କାରଣ ହେଉଛି ଅନେକ ଗୁଡିଏ ପରୀକ୍ଷା କେନ୍ଦ୍ର ଗ୍ରାମାଞ୍ଚଳରେ ରହିଛି ତେଣୁ ଅନଲାଇନ ପରୀକ୍ଷାରେ ଛାତ୍ରଛାତ୍ରୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ଏବଂ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତକୁ ନଜରରେ ରଖି ପରୀକ୍ଷାକୁ ବାତିଲ କରାଯାଇପାରିବ ନାହିଁ ଏହା ସେମାନଙ୍କ ପ୍ରତି ଅବିଚାର ହେବ । ତେଣୁ ପରୀକ୍ଷାକୁ କୌଣସି ମତ୍ତେ ରଦ୍ଦ କରାଯିବ ନାହିଁ ବୋଲି ୱେବିନାରରେ କହିଥିଲେ ମନ୍ତ୍ରୀ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍