You are currently viewing ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ରେଜଲ୍ଟ

ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ରେଜଲ୍ଟ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ) ୨୦/୦୭, ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ରେଜଲ୍ଟ । ଆସନ୍ତାକାଲି ସାଢେ୧୨ଟାରେ ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱଦଶ ସମେତ ଟର୍ମ-୨ ରେଜଲ୍ଟ । ବୋର୍ଡର ଅଫିସିଆଲ ୱେବସାଇଟwww.cbse.nic.in ବ୍ୟତିତ ଡିଜି ଲକର ଓ ଉମଙ୍ଗ ଆପ୍ରେ ମଧ୍ୟ ଉପଲବ୍ଧ ହେବ । ସିବିଏସଇ ରେଜଲ୍ଟ ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ବୋଲି ଶନିବାର କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ । ହେଲେ ରେଜଲ୍ଟ କେବେ ଜାରିହେବ ସେନେଇ କୌଣସି ସୂଚନା ଦେଇନଥିଲେ । ସମଗ୍ର ଦେଶରୁ ପ୍ରାୟ ୩୫ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷାଦେଉଥିବା ବେଳେ ଓଡିଶାରୁ ଦଶମ ଶ୍ରେଣୀରେ ୩୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏବଂ ଦ୍ୱାଦଶରେ ୧୭ ୦ହଜାରରୁ ଅଧିକ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।